• Wed. Apr 22nd, 2026

Odishri Khabar

ସତ୍ୟ ଯେତିକି ,ତଥ୍ୟ ସେତିକି ...

ଆଉ ନାହାନ୍ତି ଦଣ୍ଡ ବାଳୁଙ୍ଗା

{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":[],"tools_used":{"remove":2},"is_sticker":false,"edited_since_last_sticker_save":true,"containsFTESticker":false}
Spread the love

ଓଡ଼ିଆ ଚଳଚ୍ଚିତ୍ରର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ଦୁନିଆରେ ନାହାନ୍ତି। ଦିଲ୍ଲୀରେ ଗୁରୁଗ୍ରାମ ମେଦାନ୍ତ ହସ୍ପିାଟଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ସେ ଲିଭର୍ ସିରୋସିସ୍ ରୋଗରେ ପୀଡ଼ିତ ଥିଲେ।

ଉତ୍ତମ ମହାନ୍ତି ମୟୂରଭଞ୍ଜ ଜିଲ୍ଲାର ବାରିପଦାଠାରେ ଜନ୍ମ । ଓଲିଉଡ୍ ଦଣ୍ଡା ବାଳୁଙ୍ଗା ରୂପେ ପରିଚିତ ଉତ୍ତମ ମହାନ୍ତି ୧୯୭୭ରେ ସାଧୁ ମେହେରଙ୍କ ନିର୍ଦ୍ଦେଶିତ ‘ଅଭିମାନ’ ଫିଲ୍ମ ଜରିଆରେ ଓଡିଆ ସିନେମା ଜଗତରେ ଡେବ୍ୟୁ କରିଥିଲେ ।

ଏହାପର ଠାରୁ ଆଉ ପଛକୁ ଫେରିନାହାନ୍ତି ଉତ୍ତମ ମହାନ୍ତି । ଗୋଟିଏ ପରେ ଗୋଟିଏ ଫିଲ୍ମ କରି ଓଲିଉଡ୍ରେ ଏକ ନୂଆ ଟ୍ରେଣ୍ଡ ସେଟ୍ କରିଥିଲେ ଉତ୍ତମ । ବର୍ତ୍ତମାନ ଯାଏ ୧୩୫ରୁ ଅଧିକ ଫିଲ୍ମରେ ଅଭିନୟ କରିସାରିଛନ୍ତି ଉତ୍ତମ ମହାନ୍ତି । ଯେଉଁଥିରେ ତାଙ୍କର ନିଖୁଣ ଅଭିନୟ ପାଇଁ ସବୁବେଳେ ଦର୍ଶକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛି । ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିସାରିଛନ୍ତି ।

ଏପିରିକି ଉତ୍ତମ ମହାନ୍ତିଙ୍କ ନିଖୁଣ ଅଭିନୟ ଲାଗି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ପରି ଅନେକ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ତେବେ ଉତ୍ତମଙ୍କ ଅଭିନୀତ ଦଣ୍ଡା ବାଳୁଙ୍ଗା ତାଙ୍କୁ ଘରେ ଘରେ ବେଶ୍ ପରିଚିତ କରିଥିଲା । ୧୯୮୭ ମସିହାରେ ଓଲିଉଡ୍ ରେ କ୍ୱିନ୍ ଅପରାଜିତଙ୍କୁ ବିବାହ କରିଥିଲେ ।

ଉତ୍ତମ ମହାନ୍ତିଙ୍କ ନିଧନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ବ୍ୟକ୍ତ କରିଛନ୍ତି। ଏନେଇ ସେ ନିଜ ଏକ୍ସ ହ୍ୟାଣ୍ଡେଲରେ “ଓଡ଼ିଶାର ପ୍ରସିଦ୍ଧ ତଥା ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ତାଙ୍କର ବିୟୋଗ ଓଡ଼ିଆ କଳା ଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଦର୍ଶକଙ୍କ ହୃଦୟରେ ଅମର କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି” ବୋଲି ଉଲ୍ଲେଖ କରିଛନ୍ତି। ତାଙ୍କ ସହ ଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ବରିଷ୍ଠ ଅଭିନେତା ସିଦ୍ଧାନ୍ତ ମହାପାତ୍ର ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି।

ଲିଭର ସିରୋସିସ୍ ରୋଗରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡିବାରୁ ତାଙ୍କୁ ପ୍ରଥମେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତିକରାଯାଇଥିଲା। ଏହାପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବହୁତ ଖରାପ ହୋଇପଡିବାରୁ ଫେବୃୟାରି ୮ ତାରିଖରେ ତାଙ୍କୁ ଦିଲ୍ଲୀସ୍ଥିତ ଏକ ଘରୋଇ ଡାକ୍ତରଖାନକୁ ଏୟାରଲିଫ୍ଟ କରାଯାଇଥିଲା। ଏହାପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତରଖାନା ପକ୍ଷରୁ ସୂଚନା ଦିଆଯାଇଥିଲା। କିନ୍ତୁ ଆଜି ତାଙ୍କର ମୃତ୍ୟୁ ହୋଇଥିବା ନେଇ ଖବର ମିଲିଛି। ତାଙ୍କ ମୃତ୍ୟୁରେ ସାରା ଓଲିଉଡ ଜଗତ ସ୍ତବ୍ଧ ହୋଇଯାଇଛି। ବରିଷ୍ଠ ଅବିନେତା ଅଶିତ ପତି, ସବ୍ୟସଚି ମିଶ୍ର ଆଦି କଳାକାର ଦୁଃଖ ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *