• Wed. Apr 15th, 2026

Odishri Khabar

ସତ୍ୟ ଯେତିକି ,ତଥ୍ୟ ସେତିକି ...

ଆଜି ରିଲିଜ ହେଲା ତେଲ ଦର

ByOdishri Khabar

May 28, 2025
Spread the love

ଭୁବନେଶ୍ୱର ଓ ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ ଦାମରେ ପରିବର୍ତ୍ତନ ହୋଇଛି । ନୂଆ ମୂଲ୍ୟ ଜାଣିବା ପାଇଁ ଏଠାରେ କ୍ଲିକ୍ କରନ୍ତୁ ।
ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି ।
ଆଜି ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧.୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୬୯ ପଇସା ରହିଛି ।
ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି ।
 ଅନ୍ୟ ସହର ଗୁଡିକରେ ପ୍ରାୟତଃ ଦାମରେ କୌଣସି ପରିବର୍ତ୍ତନ ହୋଇନାହିଁ ।
 ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।
 ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Leave a Reply

Your email address will not be published. Required fields are marked *