• Wed. Apr 15th, 2026

Odishri Khabar

ସତ୍ୟ ଯେତିକି ,ତଥ୍ୟ ସେତିକି ...

Spread the love

ଗତ କିଛି ଦିନ ହେବ ରାଜ୍ୟରେ ଶୀତର ଲହରୀ ଦେଖିବାକୁ ମିଳୁଥିଲା । ହେଲେ ଋତୁ ପରିବର୍ତ୍ତନ ହେବା ସହ ପାଗର ବି ପରିବର୍ତ୍ତନ ହୋଇଥାଏ । ସେହି କ୍ରମରେ ଦେଖିବାକୁ ଏବେ ଲାଗିବାକୁ ଯାଉଛି ଶୀତରେ ବ୍ରେକ । ହଁ ଦର୍ଶକ ବନ୍ଧୁ ସୂଚନା ଅନୁସାରେ ଆଜିଠୁ ରାତିର ତାପମାତ୍ରା ବୃଦ୍ଧି ପାଇବାକୁ ଥିବାବେଳେ ଏହା ପ୍ରଭାବରେ କମିବ ଶୀତ। କିନ୍ତୁ କଲବଲ କରିବ ଘନ କୁହୁଡ଼ି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ର ଅନୁଯାଇ ୨୨ ତାରିଖରେ ଓଡ଼ିଶା ପାର୍ଶ୍ୱବର୍ତ୍ତୀ ବଙ୍ଗୋପସାଗର ଅଞ୍ଚଳରେ ଏକ ଗୁରୁବଳୟର ଉପସ୍ଥିତି ସମ୍ଭାବନା ଥିବାରୁ, ରାଜ୍ୟକୁ ଉଷ୍ମ ଜଳବାୟୁ ପ୍ରବେଶ କରିବ। ଫଳରେ ରାତିର ତାପମାତ୍ରାରେ ବୃଦ୍ଧି ଘଟି ଶୀତ କମିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ତେବେ ରାଜ୍ୟରେ ଶୀତ କମିବାକୁ ଥିବାବେଳେ କୁହୁଡି ହେବାର ସମ୍ଭାବନା ରହିଛି । କେତେକ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ କିଛି ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ସକାଳ ଓ ରାତି ସମୟରେ ଘନ କୁହୁଡ଼ି ଯୋଗୁ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ଏଥିପାଇଁ ଗାଡ଼ି ମଟର ଧୀରେ ଚଳାଚଳ କରିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସର୍ତକ କାରଯାଇଛି।ସୂଚନାଯୋଗ୍ୟ, ରାଜ୍ୟରେ କିଛି ଦିନ ହେବ ଶୀତର ଲହରୀ ଜାରି ରହିଥିଲା। ସକାଳ ଓ ରାତି ସମୟରେ ଘରୁ ବାହାରିବା କଷ୍ଟ ହୋଇ ପଡ଼ୁଥିଲା। ସକାଳେ କୁହୁଡିର ଚାଦର ଢାଙ୍କି ହୋଇଯାଉଥିଲା। ସନ୍ଧ୍ୟା ହେବା ମାତ୍ରେ ମାଡ଼ି ଆସୁଥିଲା ଜାଡ଼। ଦେହ ଥରାଇ ଦେଉଥିଲା କୋହଲା ପବନ। ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଥିଲା।

Leave a Reply

Your email address will not be published. Required fields are marked *