• Wed. Apr 15th, 2026

Odishri Khabar

ସତ୍ୟ ଯେତିକି ,ତଥ୍ୟ ସେତିକି ...

ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଓ କୃଷି ମହୋତ୍ସବ ଊଦଘାଟିତ

{"remix_data":[],"remix_entry_point":"challenges","source_tags":["default"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":[],"tools_used":{"addons":1,"transform":1},"is_sticker":false,"edited_since_last_sticker_save":true,"containsFTESticker":false}
Spread the love

ଅନୁଗୋଳ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଓ କୃଷି ମହୋତ୍ସବ ୨୦୨୪-୨୫ ଆଜି ଅପରାହ୍ନରେ ସ୍ଥାନୀୟ ବିଜୁ ମଇଦାନ ଠାରେ ଊଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥ୍‌ ଭାବେ ମାନ୍ୟବର ପାଳଲହଡା ବିଧାୟକ ଶ୍ରୀ ଅଶୋକ ମହାନ୍ତି ଯୋଗ ଦେଇ କୃଷିକୁ ଭାରତର ଆତ୍ମା ବୋଲି କହିଥିଲେ । କୃଷିର ଉନ୍ନତି ହେଲେ ଦେଶର ଉନ୍ନତି ହେବ । ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବରେ କୃଷି କ୍ଷେତ୍ରରେ ଅନେକ ପରିବର୍ତ୍ତନ ଆସିଛି, ଯାହା ଫଳରେ କୃଷକର ଉନ୍ନତି ହେବା ସହ କୃଷିଯାତ ପଦାର୍ଥର ଉତ୍ପାଦନରେ ଅନେକ ଗୁଣ ବୃଦ୍ଧି ପାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝିଙ୍କ ନେତୃତ୍ବରେ ମଧ୍ୟ କୃଷି ଓ କୃଷକଙ୍କୁ ଅଧିକ ଗୁରୁତ୍ବ ଦିଆଯାଉଛି । ଧାନର ସର୍ବନିମ୍ନ ମୂଲ୍ୟ ୩୧୦୦ ଟଙ୍କା (ଇନପୁଟ୍ ସବସିଡି ୮୦୦ ଟଙ୍କା ସହ)କୁ ବୃଦ୍ଧି କରିବା ସହ ପି ଏମ୍ କିଷାନ, ସି ଏମ୍ କିଷାନ ଭଳି ଅନେକ ଯୋଜନା କୃଷକମାନଙ୍କ ନିମନ୍ତେ ପ୍ରଣୟନ କରାଯାଇ ତୃଣମୁଳ ସ୍ତରରେ ସଫଳ ରୁପେ କାର୍ଯ୍ୟକାରୀ କରାଯାଉଛି ବୋଲି କହିଥିଲେ । ସେହିପରି କୃଷି କ୍ଷେତ୍ରରେ ନୂତନ ଯନ୍ତ୍ରପାତି, ଅତ୍ୟାଧୁନିକ ବୈଜ୍ଞାନିକ କୃଷି ପ୍ରଣାଳୀ ବ୍ୟବହାର ଇତ୍ୟାଦି ଦ୍ବାରା କୃଷକମାନେ ଆର୍ଥୀକ ଭାବେ ସ୍ବଛଳ ହେବା ସହ ଊତ୍ପାଦନ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆସିବ ବୋଲି ସେ କହିଥିଲେ । ପ୍ରାରମ୍ଭରେ ମଞ୍ଚାସିନ ଅତିଥି ମାନଙ୍କ ଦ୍ବାରା ପ୍ରଦୀପ ପ୍ରଜ୍ଜଳନ କରାଯାଇ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା । ଏହି ଅବସରେ ୯ ଜଣ ଚାଷୀଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧୁକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ହେମନ୍ତ କୁମାର ସିଂହ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ, କୃଷି ନିର୍ବାହୀ ଯନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ରଙ୍କ ସମେତ ବୁଦ୍ଧିଜିବୀ, ବହୁ ସଂଖ୍ୟାରେ କୃଷକ ଓ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *