ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କଅଧ୍ୟକ୍ଷତାରେ କିଶୋରନଗର ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଜନଶୁଣାଣି ଶିବିରରେ ସମୁଦାୟ ୫୦ଟି ଅଭିଯୋଗ ଗ୍ରହଣ
କରାଯାଇଥିଲା । ସେଥିମଧ୍ୟରୁ ୩୮ଟି ବ୍ୟକ୍ତିଗତ ଓ ୧୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୨ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ଜଣଙ୍କୁ ରେଡକ୍ରସ
ପାଣ୍ଠିରୁ ୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ଶ୍ରୀ ଅନିଲ କୁମାର ବେଉରିଆ, ଆଠମଲ୍ଲିକ ଉପଜିଲ୍ଲାପାଳ ଶ୍ରୀ ଦିଲ୍ଲୀପ କୁମାର ବେହେରା, କିଶୋରନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁବ୍ରତ କୁମାର ବେହେରା, କିଶୋରନଗର
ତହସିଲଦାର ଶ୍ରୀ ମନୋଜ କୁମାର ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞ୍ଜନ ସାହୁ, ଜିଲ୍ଲା ଯୋଗାଣ ଅଧିକାରିଣୀ ଶ୍ରୀମତୀ ସ୍ମିତା ନାୟକ, ଉପ- ନିର୍ଦେଶକ ଊଦ୍ୟାନ ଶ୍ରୀ ଅମର ଲୁଗୁନ୍, ଜିଲ୍ଲା ସାମାଜିକସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ସେହିପରି ଅନୁଗୋଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୩୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ଏହି ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।