• Wed. Apr 15th, 2026

Odishri Khabar

ସତ୍ୟ ଯେତିକି ,ତଥ୍ୟ ସେତିକି ...

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସଚିବଙ୍କ ବିଷମକଟକ ଗସ୍ତ ।

ByOdishri Khabar

Aug 20, 2025
Spread the love

ରାୟଗଡ/ବିଷମକଟକ (ଓଡ଼ିଶ୍ରୀ ଖବର)ରାଜ୍ୟ ସରକାରଙ୍କ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ କମିଶନର ତଥା ସଚିବ ଶ୍ରୀ ଗିରିଶ ଏସ ଏନ, ଆଇ,ଏ,ଏସ ଗୁଣପୁର ଉପଖଣ୍ଡର ବିଷମକଟକ ବ୍ଲକ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଥିଲେ । ସଚିବ ଶ୍ରୀ ଗିରିଶ ବିଷମକଟକ ପହଁଚି ପ୍ରଥମେ ଚାଟିକଣା ଠାରେ ଥିବା ଡଙ୍ଗରିଆ ସାଲ୍ ତାଲିମ୍ କେନ୍ଦ୍ର ଯାଯାବର ପରିଦର୍ଶନ କରି ଡଙ୍ଗରିଆ କନ୍ଧ ମା ମାନଙ୍କ କଥା ବାର୍ତ୍ତା ହେବା ସହ ସେମାନଙ୍କ ବ୍ୟବସାୟ କେମିତି ଚାଲିଛି ପଚାରି ବୁଝିଥିଲେ । ତାପରେ ଓରମାସର ତେନ୍ତୁଳି ପ୍ରୋସେସିଂ ୟୁନିଟ ଓ ସପୁରି ପ୍ରସେସିଂ ୟୁନିଟ ପରିଦର୍ଶନ କରି ଏହାକୁ କିପରି ଅଧିକ ରୁ ଅଧିକା ୟୁନିଟ ଖୋଲା ଯିବା ତା ଉପରେ ଆଲୋକପାତ କରିଥିଲେ ଏବଂ ବିଭିନ୍ନ ଆନୁସଙ୍ଗିକ ବ୍ୟବସ୍ଥା ଉପରେ ପଚାରି ବୁଝିଥିଲେ । ଏହା ପରେ କୁଲି ପଞ୍ଚାୟତ ର ଖମ୍ବେଶି ଗ୍ରାମ କୁ ପରିଦର୍ଶନ କରି ନୂତନ ଭାବେ ନିର୍ମାଣ ଚାଲିଥିବା PM-JANMAN ଘର ଗୁଡ଼ି କୁ ତୁରନ୍ତ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ଏବଂ ତୁରନ୍ତ ମିସ୍ତ୍ରୀ ସମସ୍ୟା ଦୂର କରିବା ପାଇଁ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପରେ ବିଷମକଟକ ବ୍ଲକର ଥୁଆପଡ଼ି ଠାରେ ଥିବା ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ପରିଦର୍ଶନ କରି ବକେୟା କାମ ସବୁ ଶୀଘ୍ର ସାରିବା ପାଇଁ ନିର୍ବାହୀ ଯନ୍ତ୍ରୀ ଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ଶେଷ ରେ ରାୟଗଡ଼ା ସଦର ବ୍ଲକ କୁ ଗସ୍ତ କରି କୁଲି ପଞ୍ଚାୟତରେ ଥିବା ଶିଶୁ ଉଦ୍ୟାନ (ପାର୍କ) ଏବଂ କଲ୍ୟାଣ ମଣ୍ଡପ ପରିଦର୍ଶନ କରି ଫେରିଥିଲେ। ସଚିବଙ୍କ ଗସ୍ତ ସମୟରେ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ରାୟଗଡ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଶ୍ରୀ ଦୁଧାଲ ଅଭିଷେକ ଦିଲିପ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକ, ରାୟଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଜିତ କୁମାର ମିଶ୍ର ଏବଂ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *