• Wed. Apr 15th, 2026

Odishri Khabar

ସତ୍ୟ ଯେତିକି ,ତଥ୍ୟ ସେତିକି ...

ପୁଣି ସୁନା ଦରରେ ବଡ଼ ପରିବର୍ତ୍ତନ

Spread the love

କାଲି ଅପେକ୍ଷା ଆଜି କମିଛି ମୂଲ୍ୟ…
ମଙ୍ଗଳବାର ପାଇଁ ଜାରି ହେଲା ନୂଆ ସୁନା ଓ ରୂପା ଦର। କିଣିବା ପୂର୍ବରୁ ଜାଣନ୍ତୁ ଆଜି କେତେ କମିଛି ଓ କେତେ ବଢ଼ିଛି ମୂଲ୍ୟ… ମଙ୍ଗଳବାର ବି କମିଲା ସୁନା ଦର । ବିଶ୍ୱ ବଜାରରେ ଅସ୍ଥିରତା ଏବଂ ଭୂ-ରାଜନୈତିକ ସମସ୍ୟା ମଧ୍ୟରେ ହୁ ହୁ ହୋଇ ବଢିଚାଲିଛି ଦର। ହେଲେ ଦୁଇ ଦିନ ହେଲା ସୁନା ଦରରେ ସାମାନ୍ୟ ହ୍ରାସ ଦେଖିବାକୁ ମିଳିଛି।ତେବେ କିଣିବା ପୂର୍ବରୁ ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ଓ ରୂପା ଦର…ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୯ ହଜାର ୨୯୦ ଟଙ୍କା ହୋଇଛି। ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୧,୮୫୦ ଟଙ୍କା ହୋଇଛି।ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୮୯ ହଜାର ୨୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୧ ହଜାର ୮୫୦ ଟଙ୍କାରେ କାରବାର ଆରମ୍ଭ କରିଛି।।ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୧,୮୫୦ ଟଙ୍କା ଓ ୮୯,୨୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୨,୦୦୦ ଟଙ୍କା ଓ ୮୯,୪୪୦ ଟଙ୍କା ରହିଛି ।ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୧,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୯,୨୯୦ ଟଙ୍କା ଥିବା ରେକର୍ଡ ହୋଇଛି।ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୧,୮୫୦ ଓ ୮୯,୨୯୦ ଟଙ୍କା ରହିଛି।ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧,୧୦,୦୦୦ ଟଙ୍କାରେ କାରବାର ଆରମ୍ଭ କରିଛି।ମିସ୍ କଲ ଦେବାର ଅଳ୍ପ ସମୟ ମଧ୍ୟରେ SMS ମାଧ୍ୟମରେ ଆପଣ ଦର ଜାଣିପାରିବେ। ଏହା ସହିତ ଆପଣ କ୍ରମାଗତ ଭାବେ ସୁନାଦର ଜାଣିବା ପାଇଁ www.ibja.co କିମ୍ବା ibjarates.com ସାଇଟକୁ ଭିଜିଟ କରି ଜାଣିପାରିବେ।କେମିତି ଜାଣିବେ ସୁନା ଶୁ୍ଦ୍ଧତା ? ଯଦି ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଥିପାଇଁ ସରକାର ଏକ ଆପ୍ ପ୍ରସ୍ତୁତ କରିଛନ୍ତି। ବିଏସ୍ କେୟାର ଆପ୍ ସହିତ ଗ୍ରାହକମାନେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ, ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ ନାହିଁ, ବରଂ ଏହା ସହିତ ଜଡିତ କୌଣସି ଅଭିଯୋଗ ମଧ୍ୟ କରିପାରିବେ।

Leave a Reply

Your email address will not be published. Required fields are marked *