ନାଁ କାଟିଦେଲେ ସରକାର
କାହିଁକି କଟିଲା ନା କଣ ହୋଇ ପାରେ କାରଣ
ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିସାରିଛି । ୪ର୍ଥ ପର୍ଯ୍ୟାୟରେ ୧୮ ଲକ୍ଷରୁ ଉର୍ଦ୍ଧ୍ବ ମହିଳାଙ୍କୁ ମିଳିଛି ଟଙ୍କା । ଆଉ କିଛି ହିତାଧିକାରୀ ବାକି ରହିଥିବା ବେଳେ ସେମାନଙ୍କୁ ମଧ୍ୟ ସୁଭଦ୍ରା କିସ୍ତି ମିଳିବା ନେଇ ସୂଚନା ଦେଇସାରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।ତେବେ ୨ୟ କିସ୍ତି ଆସିବା ପୂର୍ବରୁ ପ୍ରଥମ କିସ୍ତିର ୫ମ ପର୍ଯ୍ୟାୟ ଟଙ୍କା ମିଳିପାରେ । ଏ ନେଇ ଇସାରା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇସାରିଥିବା ବେଳେ ଆଉ ୨ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଯିବ ସୁଭଦ୍ରା ଟଙ୍କା । ଯଦି ଆଜି ବି ହିତାଧିକାରୀଙ୍କୁ ଟଙ୍କା ନ ଆସେ ତେବେ ସେମାନଙ୍କୁ ଅପେକ୍ଷା କରିବାକୁ ପଡିବ । କିନ୍ତୁ ଏଥିପାଇଁ ବ୍ୟସ୍ତ ନହେବା ପାଇଁ ସରକାର ପରାମର୍ଶ ଦେଇଛନ୍ତି । ବିଭିନ୍ନ କାରଣ ପାଇଁ ଯେଉଁମାନେ ଆସନ୍ତାକାଲି ସୁଭଦ୍ରା ଟଙ୍କା ନପାଇବେ ସେମାନଙ୍କୁ ଏକାବେଳେ ଦୁଇଟି କିସ୍ତି ଟଙ୍କା ମିଳିବ ।ଏକାବେଳେ ସେମାନେ ଦୁଇଟି ସୁଭଦ୍ରା କିସ୍ତି ଅର୍ଥାତ ୧୦ ହଜାର ଟଙ୍କା ପାଇବେ । ଯାହାକି ମାର୍ଚ୍ଚ ୮ ତାରିଖରେ ମିଳିବାକୁ ଯାଉଛି । ଯିଏ ଆଦୌ ଆବେଦନ କରିନାହାନ୍ତି ସେମାନେ ଯଦି ଏବେ ବି ଆବେଦନ କରନ୍ତି ତେବେ ମାର୍ଚ୍ଚ ୮ ତାରିଖରେ ଦୁଇଟି କିସ୍ତି ଟଙ୍କା ଅର୍ଥାତ ୧୦ ହଜାର ଟଙ୍କା ପାଇବେ । ତେବେ କେଉଁମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା? ଜାଣନ୍ତୁ…ତେବେ କେଉଁମାନେ ସୁଭଦ୍ରା ଟଙ୍କା ପାଇବେନି? ଆବେଦନ କରିଥିଲେ ବି କଟିଯିବ ନାଁ । ଜାଣନ୍ତୁ ରାଜ୍ୟର ସରକାରଙ୍କ ଗାଇଡଲାଇନ୍ କଣ ରହିଛି । ଯେଉଁ ମହିଳାମାନେ ନିମ୍ନଲିଖିତ ମାନଦଣ୍ଡ ମଧ୍ୟରୁ କୌଣସିଟି ପୂରଣ କରନ୍ତି, ସେମାନେ ଏହି ଯୋଜନା ଅଧୀନରେ ଲାଭ ପାଇବାକୁ ଅଯୋଗ୍ୟ ହେବେ । ବା ସେମାନଙ୍କର ନାଁ କାଟି ଦିଆଯିବ ।ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଥିବା ମହିଳାଙ୍କ ବୟସ ୨୧ ବର୍ଷରୁ କମ୍ ହୋଇନଥିବା ଆବଶ୍ୟକ । ସେହିଭଳି ୬୦ ବର୍ଷରୁ ଅଧିକ କୌଣସି ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ଏମାନେ ଯଦି ଆବେଦନ କରିଥିବେ ତେବେ ନାଁ କଟିଯିବ ।ସେହିଭଳି ଯଦି କୌଣସି ମହିଳା ମାସକୁ ମୋଟ ୧୫୦୦ ଟଙ୍କା କିମ୍ବା ତା ଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,୦୦୦ ଟଙ୍କା ବା ତାଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ଯୋଜନା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ସହାୟତା ଗ୍ରହଣ କରୁଛନ୍ତି ସେମାନେ ସୁଭଦ୍ରା ଟଙ୍କା ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ ।ଜଣେ ମହିଳା ନିଜେ କିମ୍ବା ତାଙ୍କ ନିଜର ପରିବାର ସଦସ୍ୟ ଯଦି ବର୍ତ୍ତମାନର କିମ୍ବା ପୂର୍ବତନ ସାଂସଦ କିମ୍ବା ବିଧାନସଭା ସଦସ୍ୟ ହୋଇଥିବେ ସେମାନେ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ସେହିଭଳି ଆୟକର ଦେଉଥିଲେ ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ ।ଭାରତ ସରକାର କିମ୍ବା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଯେକୌଣସି ଅଣ୍ଡରଟେକିଂ / ବୋର୍ଡ / ସ୍ଥାନୀୟ ସଂସ୍ଥା (local body). କିମ୍ବା ସଂଗଠନ / ନିୟମିତ / ସ୍ଥାୟୀ / ଚୁକ୍ତିଭିତ୍ତିକ କର୍ମଚାରୀ ଭାବରେ ନିଯୁକ୍ତ କିମ୍ବା ଅବସର ପରେ ପେନସନ ଗ୍ରହଣ କରୁଥିବେ । ଯଦି ଏହି ଯୋଜନାର ଅନ୍ୟ ସମସ୍ତ ମାନଦଣ୍ଡ ପୂରଣ କରୁଥିଲେ, ତେବେ, ପାରିଶ୍ରମିକ ଗ୍ରହଣ କରୁଥିବା ସମସ୍ତ କର୍ମଚାରୀ ଏବଂ ଆଉଟସୋସିଂ ଏଜେନ୍ସି ମାଧ୍ଯମରେ ନିୟୋଜିତ ସମସ୍ତ / କର୍ମଚାରୀ ଏହି ଯୋଜନା ଅଧୀନରେ ଯୋଗ୍ୟ ବିବେଚିତ ହେବେ ।ଯଦି ଅବେଦନକାରୀଙ୍କ ପରିବାରର ଜଳସେଚିତ ଜମିର ପରିମାଣ ୫ ଏକରରୁ ଅଧିକ ଓ ଅଣ ଜଳସେଚିତ ଜମିର ପରିମାଣ ୧୦ ଏକରରୁ ଅଧିକ ହୋଇଥିବ ସେମାନେ ସୁଭଦ୍ରା ଟଙ୍କା ପାଇପାରିବେ ନାହିଁ । ସେହିଭଳି ଟ୍ରାକ୍ଟର, ମିନି-ଟ୍ରକ୍, ଛୋଟ ବାଣିଜ୍ୟିକ ଯାନ ଏବଂ ଅନ୍ୟ ସମାନ ହାଲୁକା ସାମଗ୍ରୀ ଯାନ ବ୍ୟତୀତ ୪ ଚକିଆ ଗାଡି ଥିଲେ ସୁଭଦ୍ରା ଟଙ୍କା ପାଇବେ ନାହିଁ ।