• Wed. Apr 15th, 2026

Odishri Khabar

ସତ୍ୟ ଯେତିକି ,ତଥ୍ୟ ସେତିକି ...

ରାଜ୍ୟରେ ଆସନ୍ତା ଦୁଇ ଦିନ ତାପମାତ୍ରା ସାମାନ୍ୟ ହ୍ରାସ ପାଇବ

Spread the love

ସେହିପରି ଦକ୍ଷିଣ ଓଡିଶାର କିଛି ସ୍ଥାନରେ ମଧ୍ୟମ ଧରଣର କୁହୁଡି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପାଣିପାଗର ପୂର୍ବାନୁମାନ ଅନୁସାରେ ପଶ୍ଚିମାଝଡ଼ ଅପସାରଣ ପରେ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ରାଜ୍ୟକୁ ପ୍ରବେଶ କରୁଛି ।ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୪ ଡିଗ୍ରୀ ପର୍ଯ୍ୟନ୍ତ କମିଛି ପାରଦ । ଆସନ୍ତା ୨୪ ଘଣ୍ଟା ଆହୁରି ୨ରୁ ୩ ଡିଗ୍ରୀ କମିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସେପଟେ ଆସନ୍ତା ଦୁଇ ଦିନ ଯାଏଁ କଲବଲ କରିବ ଘନ କୁହୁଡ଼ି । ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ନୟାଗଡ଼, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ସମେତ ୧୦ଟି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ସେହିପରି ମଙ୍ଗଳବାର ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳରେ ମଧ୍ୟମ ଧରଣରେ କୁହୁଡି ହେବ । ସତର୍କତା ଜାରି ହୋଇଥିବା ଜିଲ୍ଲାରେ ଗାଡି ଧୀରେ ଚଳାଇବା ପାଇଁ ପରାମର୍ଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *