ରାୟଗଡ଼ା ଗାୟତ୍ରୀ ନଗର ସ୍ଥିତ ବରିଷ୍ଠ ନାଗରିକ କାର୍ଯ୍ୟାଳୟ ଠାରେ ଭାରତୀୟ ମଜଦୂର ସଂଘର ପ୍ରତିଷ୍ଠା ଦିବସ ମହା ଆଡମ୍ବର ସହକାରେ ପାଳନ କରାଯାଇଛି । ପ୍ରାରମ୍ଭରେ ଭଗବାନ ବିଶ୍ଵକର୍ମା , ଭାରତ ମାତା ଏବଂ ଭାରତୀୟ ମଜଦୁର ସଂଘର ପ୍ରତିଷ୍ଠାତା ଦତ୍ତୋପନ୍ତ ଠେଙ୍ଗଡୀ ଜିଙ୍କ ଫଟୋ ଚିତ୍ର ରେ ପୂଷ୍ପ ଦ୍ଵିପ ପ୍ରଜ୍ବଳନ କରି ଶ୍ରମିକ ଭାଇ ଭଉଣୀ ମାନଙ୍କ ଦ୍ୱାରା ଶ୍ରମିକ ଗୀତ ଗାନ କରି କାର୍ଯ୍ୟକ୍ରମ ଆରମ୍ଭ ହେଇଥିଲା । ଉକ୍ତ କାର୍ଯ୍ୟକ୍ରମ ଅତିଥି ଭାବେ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ର ରାୟଗଡ଼ା ନଗର କାର୍ଯ୍ୟବାହ ଶ୍ରୀ ବିଦ୍ୟାଭୂଷଣ ପଣ୍ଡା , ସକ୍ଷମର ରାଜ୍ୟ ସଂରକ୍ଷକ , ସମାଜସେବୀ ତଥା କର୍ମଜୀବି ସାମ୍ବାଦିକ ସଂଘ ର ରାଜ୍ୟ ସଭାପତି ଶ୍ରୀ ବାଦଲ କୁମାର ତା ଏବଂ ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘ ର ରାଜ୍ୟ ଉପସଭାପତି ଶ୍ରୀ ଯୋଗେଶ୍ଵର ଦାସ , ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ ଲେଙ୍କା ଯୋଗ ଦେଇ ନିଜ ନିଜ ବକ୍ତବ୍ୟରେ ସ୍ଵାଧୀନତା ପ୍ରାପ୍ତି ପରେ ଶ୍ରମିକ ମାନଙ୍କ ସ୍ବାର୍ଥ ରକ୍ଷା ପାଇଁ ଭିନ୍ନ ଭିନ୍ନ ରାଜନୈତିକ ବିଚାର ଧାରା ରଖୁଥିବା ଅନେକ ଗୁଡ଼ିଏ ଶ୍ରମିକ ସଂଘଠନ ସୃଷ୍ଟି ହୋଇଥିଲା । କିନ୍ତୁ ରାଜନୈତିକ ବିଚାରା ଧାରା ଠାରୁ ଦୂରେଇ ରହି ଶ୍ରମିକ ମାନଙ୍କ ହିତ ପାଇଁଁ ଭାରତୀୟ ବିଚାରକୁ ଦୃଷ୍ଟିରେ ରଖି ଏକ ଅଣ ରାଜନୈତିକ ଶ୍ରମିକ ସଂଗଠନ ଏବଂ ଭାରତୀୟ ବିଚାର ରେ ଶ୍ରମିକ ମାନଙ୍କ ସମସ୍ତ ସମସ୍ୟାର ସମାଧାନ କରିବା ନେଇ ଦେଶ ଗଠନରେ ଆଗରେ ରହି ଶ୍ରମିକ ମାନଙ୍କ ସମସ୍ତ ସମସ୍ୟାକୁ ସମାଧାନ କରିବା ସହ ତାଙ୍କ ସହ ରହି ଆଜି ସାରା ଦେଶରେ ପ୍ରଥମ ସ୍ଥାନ ଅଧିକାର କରି ୭୦ ବର୍ଷ ପୂର୍ତ୍ତି ପାଳନ କରିଆସୁଛି ଭାରତୀୟ ମଜଦୂର ସଂଘ ବୋଲି ପ୍ରକାଶ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ୧୧ ଟି ବ୍ଳକର ସଂଲଗ୍ନ ସମସ୍ତ ସଂଗଠନର କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ
ଭାରତୀୟ ମଜଦୂର ସଂଘର ଜିଲ୍ଲା ସଭାପତି ଶ୍ରୀ ମହନ ରାଓ ମାଝୀଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ , ଉପସଭାପତି ଶ୍ରୀ ଦୂର୍ଗା ମାଧବ ଘୋଷ , କୋଷାଧ୍ୟକ୍ଷ ଶ୍ରୀମତୀ ଉଷାରାଣୀ ଦାସ , ଶ୍ରୀମତୀ ନେହା ସିଂ , ଶ୍ରୀ ଧର୍ମ ସିଂ ନାଗ, କେ ରାମ ବାବୁ , ଗୀତାଞ୍ଜଳି ହିଆଲ , ସୁନ୍ଦର ରାଓ କାଡ୍ରାକା ପରିଚାଳନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ଉପ ସଭାନେତ୍ରୀ ଜୟନ୍ତୀ ପଦ୍ମାଳୟା ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ସଂଘ ର ଜିଲ୍ଲା ସମ୍ପାଦକ ଶ୍ରୀ ଗଣେଶ କୁମାର ସାହୁ ଉପସ୍ଥିତ ସମସ୍ତ କାର୍ଯ୍ୟକର୍ତ୍ତା ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।