• Wed. Apr 15th, 2026

Odishri Khabar

ସତ୍ୟ ଯେତିକି ,ତଥ୍ୟ ସେତିକି ...

ସ୍ୱାଧୀନ ବିଧାୟକ ସମର୍ଥିତ ପ୍ରାର୍ଥୀ ବିଜେତା

ByOdishri Khabar

Apr 12, 2025
Spread the love

ଦୁଇ ପ୍ରତିଶତ ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା । ବର୍ଦ୍ଧିତ ଭତ୍ତା ୨୦୨୫ ଜାନୁଆରୀ ପହିଲାରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ୍ ମାସ ଦରମାରେ ନଗଦ ଆକାରରେ ମିଳିବ ।ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହାଦ୍ୱାରା ପ୍ରାୟ ସାଢେ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।

Leave a Reply

Your email address will not be published. Required fields are marked *