ଭଦ୍ରକ ଅବକାରୀ ଅଧିକ୍ଷକ ଶ୍ରୀ ନରୋତ୍ତମ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ଶ୍ରୀକାନ୍ତ ମୁର୍ମୁ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଦ୍ରକ ଟାଉନ ଥାନା ଅଧିନସ୍ଥ ଗବସାହି ଏବଂ ଭଦ୍ରକ ଗ୍ରାମାଞ୍ଚଳ ଥାନା ଜଳଙ୍ଗା ଠାରେ ଚଢ଼ାଉ କରାଯାଇ ୬୫୦ ଲିଟର ଦେଶୀ ମଦ ସହିତ ଗୋଟିଏ ଅଟୋ ଜବତ କରାଯାଇଛି। ଏହି ଚୋରା ମଦ କାରବାରରେ ସମ୍ପୃକ୍ତ ଥିବା ଦୁଇ ଜଣଙ୍କୁ ଗିରଫ କରାଯିବା ସହିତ ଅନ୍ୟ ଜଣେ ଆସାମୀ ଘଟଣା ସ୍ଥଳରୁ ଫେରାର ହୋଇଯାଇଛି l ଜବତ ମଦ ଓ ଅଟୋ ର ଆନୁମାନିକ ମୂଲ୍ୟ ୩ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ ଏ.ଏସ୍.ଆଇ କ୍ଷୀରୋଦ ପାତ୍ର, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ରୁଦ୍ରନାରାୟଣ ଦାସ, ପରେଶ ଟୁଡୁ, ଜେମାମଣୀ ଜାମୁଡା ପ୍ରଭୃତି ସାମିଲ ଥିଲେ । ଏନେଇ ଭଦ୍ରକ ଅବକାରୀ ଥାନା ପକ୍ଷରୁ ଦୁଇ ଗୋଟି ଭିନ୍ନ ଭିନ୍ନ ମାମଲା ରୁଜ୍ଜୁ କରାଯାଇଛି।