• Wed. Apr 15th, 2026

Odishri Khabar

ସତ୍ୟ ଯେତିକି ,ତଥ୍ୟ ସେତିକି ...

ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି ଶିବିର

{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":[],"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}
Spread the love

ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୪ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୪ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୦ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଗୋଟିଏ ଦରଖାସ୍ତ ତୁରନ୍ତ ସମାଧାନ କରାଯାଇଛି। ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ସିଂହୀଯୁବା ଗ୍ରାମପଞ୍ଚାୟତର ଦିବ୍ୟାଙ୍ଗ ତପନ କୁମାର ଶର୍ମାଙ୍କୁ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମାଝୀ ଟ୍ରାଇ ସାଇକେଲ ପ୍ରଦାନ କରିଥିଲେ

Leave a Reply

Your email address will not be published. Required fields are marked *