ପୂର୍ବରୁ ୧୦ ଗ୍ରାମ ପିଛା ଏକ ଲକ୍ଷ ଟଙ୍କା ଟପିବାର ସମ୍ଭାବନା ଦେଖାଦେଇଥିବା ସୁନା ମୂଲ୍ୟରେ ହଠାତ୍ ହୋଇଛି ହ୍ରାସ। ଘରୋଇ ବଜାରରେ ମାତ୍ର ଦୁଇ ଦିନରେ ସୁନା ମୂଲ୍ୟ ୨୭୦୦ ଟଙ୍କାରୁ ଅଧିକ ହ୍ରାସ ଘଟିଛି।ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୦ ହଜାର ୬୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୩ ହଜାର ୧୦୦ ଟଙ୍କାକୁ ପହଞ୍ଚିଛି ।ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୦ ହଜାର ୬୬୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୩, ୧୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୦, ୬୬୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୩,୧୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୦, ୮୧୦ ଟଙ୍କା ଓ ୨୨ କ୍ୟାରେଟ୍ ୮୩, ୨୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୦, ୬୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୩,୧୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୦,୬୬୦ ଓ ୮୩, ୧୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୩,୦୦୦ ଟଙ୍କା ହୋଇଛି ।