ଗୋଟିଏ ଦିନରେ ଆଜି ରାଜ୍ୟ ଲୋକସେବା ଆୟୋଗ OPSC ଏବଂ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ OSSC ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ସାମ୍ନାକୁ ଆସିଛି । ତ୍ରୁଟି ସ୍ବୀକାର କରିଛନ୍ତି OPSC କର୍ତ୍ତୃପକ୍ଷ । ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ ବିଚାର କରୁଥିବା କର୍ତ୍ତୃପକ୍ଷ ଜଣାଇଛନ୍ତି
ମେ ୪ ତାରିଖ ଭିତରେ ପରାମର୍ଶ ଲୋଡ଼ି ନୋଟିସ୍ ଜାରି କରିଛନ୍ତି । ଆଜି OCS ମେନ୍-୨୦୨୩ର ଆନ୍ଥ୍ରୋପୋଲୋଜିର ୨ଟି ପେପର ପରୀକ୍ଷା ଥିଲା । ପୂର୍ବାହ୍ନ ୯ଟାରୁ ୧୨ଟା ଆନ୍ଥ୍ରୋପୋଲୋଜିର ପ୍ରଥମ ପେପର ପରୀକ୍ଷା ଥିଲା । ଅପରାହ୍ନ ୨ଟାରୁ ୫ଟା ଆନ୍ଥ୍ରୋପୋଲୋଜି ଦ୍ବିତୀୟ ପେପର୍ ପରୀକ୍ଷା ଥିଲା । ମାତ୍ର ପ୍ରଥମ ପେପର ପରୀକ୍ଷାରେ କିଛି ପ୍ରଶ୍ନ ଦ୍ବିତୀୟ ପେପରରୁ ଆସିଛି । ଦ୍ବିତୀୟ ପେପର ପରୀକ୍ଷାରେ ପ୍ରଥମ ପେପର କିଛି ପ୍ରଶ୍ନ ଆସିଥିବା ସୂଚନା ମିଳିଛି । ତେବେ ପ୍ରଥମ ସିଟିଂ ପରୀକ୍ଷା ପରେ ପରୀକ୍ଷାର୍ଥୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ।
ସେହିପରି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ ପରୀକ୍ଷାରେ ମଧ୍ୟ ବଡ଼ ତ୍ରୁଟି ଦେଖାଯାଇଛି । ଆଜି ଏକ୍ସାଇଜ୍ ଓ ଟ୍ରାଫିକ୍ ଏସ୍ଆଇ ପରୀକ୍ଷା ଥିଲା । ମାତ୍ର ସିଜିଏଲ୍ରୁ ପ୍ରଶ୍ନ ଆସିଥିବା ପରୀକ୍ଷାର୍ଥୀଙ୍କ ଅଭିଯୋଗ କରିଥିଲେ । ଏତେବଡ଼ ପରୀକ୍ଷାରେ ତ୍ରୁଟିକୁ ନେଇ ପରୀକ୍ଷାର୍ଥୀ ହତାଶ ଦେଖାଯାଇଥିଲେ । ଏନେଇ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ କର୍ତ୍ତୃପକ୍ଷ ତ୍ରୁଟି ସ୍ବୀକାର କରିଛନ୍ତି । ଆୟୋଗ ତ୍ରୁଟିକୁ ସ୍ବୀକାର କରି ଦୁଃଖ ପ୍ରକାଶ କରିଛନ୍ତି । ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ ବିଚାର କରୁଥିବା ଜଣାଇଛନ୍ତି । ଆସନ୍ତା ମେ ୪ ତାରିଖ ଭିତରେ ପରାମର୍ଶ ଲୋଡ଼ି ନୋଟିସ୍ କରିଛନ୍ତି |