• Wed. Apr 15th, 2026

Odishri Khabar

ସତ୍ୟ ଯେତିକି ,ତଥ୍ୟ ସେତିକି ...

ରାଜ୍ୟରେ ଜାରି ରହିଛି କାଳବୈଶାଖୀ

Spread the love

ଆଜି ତାଣ୍ଡବ ରଚିବ କାଳବୈଶାଖୀ ବର୍ଷା । ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଲାକୁ କାଳବୈଶାଖୀ ପାଇଁ ଅରେଞ୍ଜ ୱାଣ୍ଡିଂ ଜାରି କରାଯାଇଛି । କିଛି ଅଞ୍ଚଳରେ କୁଆପଥର ସହ ପ୍ରବଳ ବର୍ଷା ହୋଇପାରେ। ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ।କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ ଦିନ ତାପମାତ୍ରା ୩୭ ଡିଗ୍ରୀକୁ ଖସି ଆସିଥିବାବେଳେ ଆଗାମୀ ୩ ଦିନ ପରେ ୪ ଡିଗ୍ରୀ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ବଢିବା ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *