• Thu. Apr 16th, 2026

Odishri Khabar

ସତ୍ୟ ଯେତିକି ,ତଥ୍ୟ ସେତିକି ...

ରାଜ୍ୟ ବାସୀଙ୍କ ପାଇଁ ଖୁସି ଖବର

ByOdishri Khabar

May 24, 2025
Spread the love

|| ଆଉ ରହିବନି ଜଳ ସମସ୍ୟା || ଖୁସି ଖୁସି ରେ ଚାଷ କରିବେ ଚାଷୀ ||

ହଁ ଦର୍ଶକ ବନ୍ଧୁ ବଦଳିଛି ପାଣି ପାଗ । ପ୍ରତ୍ୟେକ ବର୍ଷ ର ସମସ୍ୟା ଆଉ ଏ ଥର ଭୋଗିବାକୁ ପଡ଼ିବ ନାହିଁ । ଖୁବ୍ ଶୀଘ୍ର ଆସିବାକୁ ଯାଉଚି ମୌସୁମୀ । ପୂର୍ବବର୍ଷଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ କେରଳ ଛୁଇଁବା ପାଇଁ ପାଗ ଏବେ ଅନୁକୂଳ ରହିଛି। ୧୬ ବର୍ଷ ପରେ ଏଥର ମୌସୁମୀ ସଅଳ କେରଳ ଛୁଇଁବ। ୨୦୦୯ ମେ’୨୩ରେ କେରଳ ଛୁଇଁଥ୍‌ଲା ମୌସୁମୀ।ଚଳିତବର୍ଷ ମଧ୍ୟ ମୌସୁମୀ ସଅଳ ଆସୁଛି।

ସାଧାରଣତଃ କେରଳ ଛୁଇଁବାର ୧୦ରୁ ୧୨ ଦିନ ମଧ୍ୟରେ ମୌସୁମୀ ଓଡ଼ିଶାକୁ ପ୍ରବେଶ କରିଥାଏ। ମୌସୁମୀ ଜୁନ୍‌ ପ୍ରଥମ ସପ୍ତାହ କିମ୍ବା ୧୦ ତାରିଖ ପୂର୍ବରୁ ଓଡ଼ିଶାରେ ପ୍ରବେଶ କରିବା ସମ୍ଭାବନା ରହିଛି। ଚାଷୀମାନେ ଅଖିମୁଠି ଅନୁକୂଳ କରି ବର୍ଷାକୁ ଅପେକ୍ଷା କରି ରହିଛନ୍ତି। ପ୍ରାକ୍‌ ମୌସୁମୀ ବର୍ଷା ହେଲେ ଧାନବୁଣା ଆରମ୍ଭ ହେବ। ଏ ପର୍ଯ୍ୟନ୍ତ ପ୍ରାକ୍‌ ମୌସୁମୀ ବର୍ଷା ହୋଇ ନ ଥିବାରୁ ବିହନ ଅନୁକୂଳ ହୋଇ ନାହିଁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଉ ଦୁଇଦିନ ପରେ ଆଣ୍ଡାମାନ ନିକୋବର ଛୁଇଁବା ସମ୍ଭାବନା ରହିଛି। ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗ କହିଛି ଯେ ସାଧାରଣତଃ ମୌସୁମୀ ଜୁନ୍‌ ୧ରେ କେରଳ ଛୁଇଁଥାଏ। ଏହାପରେ ପର୍ଯ୍ୟାୟକ୍ରମେ ଦେଶର ବିଭିନ୍ନ ପ୍ରାନ୍ତକୁ ଯାଇଥାଏ। ଏଥର ପାଗ ଅନୁକୂଳ ଥିବାରୁ ମୌସୁମୀ ଆଗୁଆ ଆସିବା ସମ୍ଭାବନା ରହିଛି। ମେ’ ୨୭ରେ ମୌସୁମୀ କେରଳ ଛୁଇଁବାକୁ ଥିବାବେଳେ ଏଥର ଏହା ସ୍ବାଭାବିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି ।
ମୌସୁମୀ ପ୍ରଭାବରେ ସମଗ୍ର ଦେଶରେ ୯୬%ରୁ ୧୦୪% ବର୍ଷା ହେବ। ଉତ୍ତର ଭାଗର ଅଧିକାଂଶ ଅଞ୍ଚଳ, ଏହାକୁ ଲାଗି ରହିଥିବା କେନ୍ଦ୍ରୀୟ ଭାରତୀୟ ଅଞ୍ଚଳ ଓ ଉତ୍ତର-ପଶ୍ଚିମ ଭାଗର କିଛି ସ୍ଥାନରେ ସ୍ବାଭାବିକ କିମ୍ବା ତା’ଠାରୁ ଅଧିକ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ଉତ୍ତର-ପୂର୍ବ ଭାରତର ଅନେକ ସ୍ଥାନ, ଉତ୍ତର-ପଶ୍ଚିମର କିଛି ଅଂଶ ଓ ଦକ୍ଷିଣ-ପୂର୍ବ ଭାଗରେ ସ୍ବାଭାବିକଠାରୁ କମ୍‌ ବର୍ଷା ହେବ ବୋଲି ଆକଳନ କରାଯାଇଛି।
ପାଣିପାଗ ବିଭାଗ ସ୍ବାଭାବିକ ବର୍ଷା ହେବ ବୋଲି ଆକଳନ କରୁଥିଲେ ମଧ୍ୟ ଗତ କିଛି ବର୍ଷ ହେବ ମୌସୁମୀଜନିତ ବର୍ଷା ରାଜ୍ୟରୁ କମି କମି ଗଲାଣି। ୨୦୨୧ରେ ମୌସୁମୀ ସ୍ବାଭାବିକ ହେବ ବୋଲି ଅନୁମାନ କରାଯାଇଥିଲା। ଜୁନ୍‌ ୧୨ରେ ମୌସୁମୀ ଓଡ଼ିଶାକୁ ପ୍ରବେଶ କରିଥିଲା। ଦିନେ ଦୁଇଦିନ ବର୍ଷା ହେବା ପରେ ଗାଏବ ହୋଇ ଯାଇଥିଲା। ଜୁଲାଇ ଏବଂ ଅଗଷ୍ଟ ମାସରେ ନିଅଣ୍ଟିଆ ବର୍ଷା ଯୋଗୁ ରାଜ୍ୟର ୨୬ ଜିଲାରେ ଚାଷ କାର୍ଯ୍ୟ ଗୁରୁତର ବାଧାପ୍ରାପ୍ତ ହୋଇଥିଲା। ଏପରି କି ବର୍ଷା ଅଭାବରୁ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ ଚଳିତ ବର୍ଷ ମୌସୁମୀର କୃପା ଦୃଷ୍ଟି ରହୁଛି କି ନାହିଁ ତାହା ଆଗମନ ପରେ ଜଣାପଡ଼ିବ।

Leave a Reply

Your email address will not be published. Required fields are marked *