• Thu. Apr 16th, 2026

Odishri Khabar

ସତ୍ୟ ଯେତିକି ,ତଥ୍ୟ ସେତିକି ...

ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ByOdishri Khabar

Aug 5, 2025
Spread the love

ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡା ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ କୁମାର,ଖଣ୍ଡିୟ ବନ ଅଧିକାରୀ ଶ୍ରୀ ସଚିନ ଅହ୍ନା ସାହେବ ଓହଲେ,ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅକ୍ଷୟ କୁମାର ଖେମୁଣ୍ଡୁ, ଉପ ଜିଲ୍ଲାପାଳ, ରାୟଗଡ,ଶ୍ରୀ ରମେଶ କୁମାର ଜେନା,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ, ପ୍ରକଳ୍ପ ପ୍ରଶାସକ, ଆଇ.ଟି.ଡିଏ, ରାୟଗଡ, ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ lଆଜି ମୋଟ ୯୦ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୮୩ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୭ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଭିଯୋଗ ଥିଲା । ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ରୁ୦୮ଜଣକୁ ରେଡ କ୍ରସରୁ ୧ଲକ୍ଷ ୫୦ହଜାର ଟଙ୍କା ଆର୍ଥିକ ସାହାଯ୍ୟ ଜିଲ୍ଲାପାଳ ପ୍ରଦାନ କରିଥିଲେ ।ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମିଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ଯୋଗାଯୋଗ, ବିଦ୍ୟାଳୟ ସମସ୍ୟା, ଆଦି ବିଭିନ୍ନ ସମସ୍ୟା ଗୁଡିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

Leave a Reply

Your email address will not be published. Required fields are marked *